ଭୁବନେଶ୍ବର:ଓଡିଶାରେ କଂଗ୍ରେସର ସ୍ଥିତି ଅଣାୟତ । ଦଳ ଛାଡୁଛନ୍ତି ଗୋଟିଏ ପରେ ଗୋଟିଏ ତୁଙ୍ଗ ନେତା । ଆଜି ହାତ ଛାଡିଲେ ବିଜୟ ପଟ୍ଟନାୟକ । ଏଆଇସିସିକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ଶୁକ୍ରବାର ଦିନ କଂଗ୍ରେସର ହାତ ଛାଡ଼ିଛନ୍ତି। ସେ ନିଜର ଇସ୍ତଫା ପତ୍ର ମେଲ୍ ଯୋଗେ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)କୁ ପଠାଇଛନ୍ତି। ଶ୍ରୀ ପଟ୍ଟନାୟକ ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଥିବା କୁହାଯାଉଛି। ସାଧାରଣ ନିର୍ବାଚନ-୨୦୨୪ରେ କଂଗ୍ରେସ ତାଙ୍କୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଥିଲା। ନିର୍ବାଚନ ସମୟରେ ବିଜୟ ପଟ୍ଟନାୟକଙ୍କୁ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ବ ଦେଇଥିଲା।
Views: 42