ପୁରୀ : ଶ୍ରୀମନ୍ଦିରରେ ଆଜି ଦଶମୀ ତିଥିରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ଜନ୍ମାଷ୍ଟମୀ ଠାରୁ ଆରମ୍ଭ ଶ୍ରୀକୃଷ୍ଣ ଲୀଳା । ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗାଇ ବାଛୁରୀଙ୍କୁ ସାଙ୍ଗରେ ଧରି ବନଭୋଜି ପାଇଁ ଯାଇଥିବାର ପୁରାଣରେ ବର୍ଣ୍ଣିତ ରହିଛି। ଏହି ପରମ୍ପରାକୁ ସ୍ମରଣ କରି ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ମହାପ୍ରଭୁଙ୍କୁ ଏହି ବେଶ କରାଯାଇଥାଏ। ଏହାଛଡ଼ା ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ତାୟମାନ ଅବସ୍ଥାରେ ରଖାଯାଇଥାଏ। ଆଜି ବନଭୋଜି ବେଶ ଅନୁଷ୍ଠିତ ହେଉଥିବା ବେଳେ ଆସନ୍ତାକାଲି କାଳୀୟଦଳନ ବେଶ ଓ ପରେ ପ୍ରଳମ୍ୱାଶୁର ବଧ ବେଶ ଓ ତ୍ରୟୋଦଶୀ ତିଥିରେ କୃଷ୍ଣବଳରାମ ବେଶରେ ମହାପ୍ରଭୁ ଦର୍ଶନ ଦେବାର ପରମ୍ପରା ରହିଛି। ଏହି ବେଶ ଦର୍ଶନ କଲେ ପୁନର୍ଜନ୍ମ ମିଳିନଥାଏ ବୋଲି ବିଶ୍ୱାସ ରହିଛି। ଆଜି ମଧ୍ୟାହ୍ନ ଧୂପ ପରେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ଠାରୁ ଆଜ୍ଞାମାଳ ଅଣାଯାଇ ଦକ୍ଷିଣ ଦ୍ୱାରରେ ଥିବା ରାମକୃଷ୍ଣଙ୍କୁ ପ୍ରଦାନ କରାଯାଏ। ପରେ ରାମକୃଷ୍ଣ ପାଲିଙ୍କିରେ ବିଜେ କରି ବଡ଼ଛତା ନିକଟରେ କୋଳି ବିକା ନୀତି ସମ୍ପନ୍ନ କରିବା ପରେ ସନ୍ଧ୍ୟାଧୂପରେ ବନଭୋଜି ବେଶ ସହ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ। ଏହି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବା ସହ ମସ୍ତକରେ ସୋଲ, ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସା ଯାଇଥାଏ।
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











