ଭୁବନେଶ୍ୱର : ଗତକାଲି ମିଳିଛି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଡିସେମ୍ବରରେ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା। ବର୍ତ୍ତମାନ ସୁଦ୍ଧା ତିନିଟି ପର୍ୟ୍ୟାୟରେ ୮୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ଦିଆଗଲାଣି। ୮୦ ଲକ୍ଷ ମହିଳା ୪ ହଜାର କୋଟି ଟଙ୍କାର ସହାୟତା ପାଇଛନ୍ତି । ପ୍ରଥମ ପର୍ୟ୍ୟାୟରେ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ହସ୍ତାନ୍ତର କରାଯାଇଥିଲା। ଦ୍ୱିତୀୟ ପର୍ୟ୍ୟାୟରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ସହାୟତା ମୟୂରଭଞ୍ଜର ବାରିପଦାଠାରେ ପ୍ରଦାନ କରଯାଇଥିଲା । ତୃତୀୟ ପର୍ୟ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ୫ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷ ମହିଳା ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସ ପର୍ୟ୍ୟାୟ ସୁଭଦ୍ରା ପାଇଁ ଆବେଦନ କରିହେବ।
Views: 79











