ଭୁବନେଶ୍ୱର : ଭୁବନେଶ୍ୱର : ୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ନୂଆ ଜାତୀୟ ଶିକ୍ଷା ନୀତି । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ନୂଆ ଜାତୀୟ ଶିକ୍ଷାନୀତି ୨୦୨୦ ମୁତାବକ ୩ ବର୍ଷ ବୟସରୁ ୧୮ ବର୍ଷ ବୟସ ମଧ୍ୟରେ ୧୦+୨ ସ୍କୁଲ ଶିକ୍ଷାକୁ ୫+୩+୩+୪ ବ୍ୟବସ୍ଥାରେ ଭାଗ କରାଯାଇଛି । ପୁରୁଣା ଶିକ୍ଷା ନୀତିରେ ୩ରୁ ୬ ବର୍ଷ ବୟସ ପର୍ୟ୍ୟନ୍ତ ପିଲାଙ୍କ ଶିକ୍ଷା ସାମିଲ ନଥିଲା । ୬ ବର୍ଷ ହେଲେ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ନାଁ ଲେଖାଉଥିଲେ। ନୂଆ ଶିକ୍ଷା ନୀତି ୫+୩+୩+୪ ଢାଞ୍ଚାରେ ୩ ବର୍ଷର ପିଲାଙ୍କୁ ସାମିଲ କରି ବାଲ୍ୟାବସ୍ତାରୁ ଶିକ୍ଷାଗତ ମୂଳଦୂଆ ମଜଭୁତ କରିବାକୁ ପ୍ରୟାସ କରାଯାଇଛି। ୩ରୁ ୮ ବର୍ଷ, ୮ରୁ ୧୧ ବର୍ଷ, ୧୧ରୁ ୧୪ ବର୍ଷ ଏବଂ ୧୪ରୁ ୧୮ ବର୍ଷ ବୟସ ପର୍ୟ୍ୟନ୍ତ ବିଭିନ୍ନ ସ୍ତରକୁ ନେଇ ଶିକ୍ଷା ବ୍ୟବସ୍ଥା ପ୍ରସ୍ତୁତ ହେବ। ପୂର୍ବରୁ କଲେଜ ଓ ବିଶ୍ବବିଦ୍ୟାଳୟରେ ସ୍ତରେ ନୂଆ ଜାତୀୟ ଶିକ୍ଷା ନୀତି ଲାଗୁ କରିବାକୁ ସରକାର ନିଷ୍ପତ୍ତି ନେଇ ସାରିଛନ୍ତି। ଗୋଟିଏ ପରେ ଗୋଟିଏ କାର୍ୟ୍ୟକ୍ରମ ହାତକୁ ନିଆଯାଉଛି । ନୂଆ ଶିକ୍ଷା ନୀତି ଲାଗୁ ହେବା ପାଇଁ ଗଠନ ହୋଇଛି ଟାସ୍କ ଫୋର୍ସ କମିଟି ସହ ୬ ଟି ସବ କମିଟି । ନୂଆ ଶିକ୍ଷା ନୀତି କିପରି ଲାଗୁ କରାଯିବ ସେମାନେ ପ୍ରସ୍ତାବ ଦେବେ । ଏହା ପରେ ସମସ୍ତଙ୍କ ମତାମତ ନେଇ, ନୂଆ ଜାତୀୟ ଶିକ୍ଷାନୀତି ଲାଗୁ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
୨୦୨୫ ସୁଦ୍ଧା ସ୍କୁଲ ସ୍ତରରେ ନୂଆ ଜାତୀୟ ଶିକ୍ଷା ନୀତି

Facebook
Twitter
LinkedIn
Facebook
Twitter
LinkedIn
Recent News
ବନ୍ଧୁକ ମୁନରେ ଲୁଟ ; ଘରେ ପଶି ହାଣିଲେ , ଲୁଟିନେଲେ ସୁନା ଗହଣା
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ନବୀନଙ୍କ ସହ ଆଉ ଲୋକ ନାହାନ୍ତି –ତାରା
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...