
ନୂଆଦିଲ୍ଲୀ : ଋଷ ଉପରେ ଆକ୍ରମଣ ପାଇଁ ଯୁଦ୍ଧ ବିମାନ ପଠାଇଲା ଆମେରିକା । ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ଗୋଟିଏ ପରେ ଋଷ ଗୋଟିଏ ପରେ ଗୋଟିଏ ମିସାଇଲ ଆକ୍ରମଣ କରି ୟୁକ୍ରେନରଅନେକ ସହରକୁ କବଜା କରିଲାଣି । ସେପଟେ ଚୁପ୍ ଥିବା ଆମେରିକା ଋଷ ଅଭିମୁଖେ ବୋମାବର୍ଷୀ ବିମାନ ପଠାଇଥିବା ଏ ନେଇ ସୂଚନା ମିଳିଛି । ଗୁରୁବାର ସକାଳେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୋଲାଖୋଲି ଭାବେ ୟୁକ୍ରେନ ବିରୋଧରେ ସାମାରିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ରୁଷ ସୈନ୍ୟମାନେ ୟୁକ୍ରେନ ଭିତରେ ପଶି ୟୁକ୍ରେନ ଉପରେ ଆକ୍ରମଣ କରିଛନ୍ତି। ତେବେ କିଭ୍ ରେ ପ୍ରଚଣ୍ଡ ବିସ୍ପୋରଣ ହୋଇଛି । ଦୀର୍ଘ ଦିନ ହେବ ରୁଷ ପକ୍ଷରୁ ସୀମାରେ ଯୁଦ୍ଧାଭ୍ୟାସ କରାଯାଉଥିଲା। ଏଥିସହ ୟୁକ୍ରେନକୁ ରୁଷ ପଟୁ ଘେରାବନ୍ଦୀ କରିଥିଲା। ଏସବୁ ଭିତରେ ପୁଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କ୍ରିମିୟା ଓ ବେଲାଋଷ ମଧ୍ୟ ୟୁକ୍ରେନ ଉପରେ ଆକ୍ରମଣ ମଧ୍ୟ କରିଥିବା ସୂଚନା ମିଳିଛି । ଏଥିସହ ସେ ୟୁକ୍ରେନକୁ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଦୁଇ ଦିନ ତଳେ ପୁଟିନ ୟୁକ୍ରେନର ଦୁଇଟି ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ସ୍ଥାନର ମାନ୍ୟତା ଦେଇଥିଲେ। ଏହାକୁ ନେଇ ତୀବ୍ର ତିକ୍ତତା ଦେଖିବାକୁ ମିଳିଛି। ରୁଷ ଆଡ଼ୁ ଥିବା ବିପଦକୁ ଦୃଷ୍ଟିରେ ରଖି ନିଜ ଦେଶରେ ୩୦ ଦିନ ପାଇଁ ଜାତୀୟ ଜରୁରୀ ପରିସ୍ଥିତି ଲାଗୁ କରିଛି ୟୁକ୍ରେନ ।











