ଚେନ୍ନାଇ : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଜି ନେବ ବାତ୍ୟା ରୂପ। ବାତ୍ୟା ‘ଫେଙ୍ଗାଲ’ର ପ୍ରଭାବ ପଡିବା ଆରମ୍ଭ ହେଲାଣି। ଗଭୀର ଅବପାତ ପ୍ରଭାବରେ ଚେନ୍ନାଇ ଚେଙ୍ଗଲପେଟ, ତିରୁବଲ୍ଲୁର,କୁଡ୍ଡାଲୋର, ନାଗାପଟିନମରେ ପ୍ରବଳ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ପାଇଁ ତାମିଲନାଡୁର ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
ଚେନ୍ନାଇ ସମେତ ଅନେକ ଜିଲ୍ଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରାଯାଇଛି । ଗତକାଲି ବର୍ଷା ଯୋଗୁଁ ଚେନ୍ନାଇରୁ ୭ଟି ବିମାନ ବିଳମ୍ବରେ ଉଡାଣ ଭରିଥିଲା । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଶ୍ରୀଲଙ୍କା, ତାମିଲନାଡୁ ଉପକୂଳରେ ଘଣ୍ଟାପ୍ରତି ୬୫ କିମି ବେଗରେ ପବନ ବହିପାରେ। ସମୁଦ୍ର ଅଶାନ୍ତ ହୋଇଉଠିଛି ।
୨୯ ତାରିଖ ପର୍ୟ୍ୟନ୍ତ ସମୁଦ୍ରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ମଧ୍ୟ ବାତ୍ୟାରେ ପ୍ରଭାବିତ ହୋଇପାରେ। ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶ୍ରୟ ସ୍ଥଳ ଏବଂ ଡାକ୍ତର ଟିମ୍ ପ୍ରସ୍ତୁତ ରହିଛନ୍ତି।
ଆଜି ବାତ୍ୟାର ରୂପ ନେବ ଅବପାତ, ତାମିଲନାଡୁର ୩ ଜିଲ୍ଲାକୁ ରେଡ ଆଲର୍ଟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











