ଭୁବନେଶ୍ୱର : ଆଜି ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ୫ ଦିନିଆ ଓଡିଶା ଗସ୍ତର କାର୍ଯ୍ୟକ୍ରମ ରହିଛି । ୭ ତାରିଖ ଯାଏଁ ଓଡିଶା ଗସ୍ତରେ ଆସିବେ । ଅପରାହ୍ନ ୫ଟାରେ ଭୁବନେଶ୍ୱର ଏୟାରପୋର୍ଟରେ ପହଁଚିବେ ଦ୍ରୈାପଦୀ ମୁର୍ମୁ । ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି । ତେବେ ଓଡିଶା ଗସ୍ତର କାର୍ଯ୍ୟସୂଚୀ ସମ୍ପର୍କରେ ଆସନ୍ତୁ ଜାଣିବା ।
ଆଜି ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ ।
ଏହାପରେ ସିଧାସଳଖ ବିମାନ ବନ୍ଦରରୁ ବାହାରି ୫.୩୦ରେ ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ । ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।
୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ହୀରକ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏହାପରେ ୧୨ଟାରେ ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟରେ ନୌସେନା ଦିବସ କାର୍ୟ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ସେହିଦିନ ପୁରୀ ରାଜଭବନ ଠାରେ ରାତ୍ରୀଯାପନ ରାଷ୍ଟ୍ରପତି ମୁର୍ମୁ ।
୫ ତାରିଖ ଗୁରୁବାର ସକାଳ ୯ଟା ୩୫ମିନିଟରେ ପୁରୀରୁ ବାହାରି ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦର ପହଞ୍ଚିବା ପରେ ୧୦ଟା ୫୦ମିନିଟରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ” ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର “ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ”ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।
ଆଜି ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...