ୟୁପି: ଉତ୍ତର ପ୍ରଦେଶରେ ଦୁଇଟି ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୧ ଜଣ ଲୋକ ପ୍ରାଣ ହରାଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ପୃଥକ ଦୁର୍ଘଟଣା ଘଟିଛି ପିଲିଭିତ୍ ଓ ଚିତ୍ରକୂଟରେ । ଉଭୟ ଘଟଣାରେ ବିବାହ ସମାରୋହରୁ ଫେରୁଥିବା ଦୁଇ ପରିବାର ଦୁର୍ଘଟଣାର ଶିକାର ହୋଇଛନ୍ତି । ପୋଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପିଲିଭିତ୍ ଜିଲ୍ଲା ନ୍ୟୁରିଆ ଥାନା ଅଧୀନ ଟନକପୁର ରାଜପଥରେ ଏକ ଦୁର୍ଘଟଣା ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଏକ କାର୍ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ଵ ଗଛ ସହିତ ପିଟି ହୋଇଯିବାରୁ ଗାଡ଼ିରେ ଥିବା ସମସ୍ତ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଥିଲେ । ଶୁକ୍ରବାର ସକାଳେ ମଧ୍ୟ ଚିତ୍ରକୂଟରେ ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ବସ୍ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ଘଟିଛି ରାପୁରା ଥାନା ଅଧୀନ ୩୫ ନଂ. ଜାତୀୟ ରାଜପଥରେ । ଏଥିରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକମାନେ ସମସ୍ତେ ମଧ୍ୟପ୍ରଦେଶର ଏକ ପରିବାରର ବୋଲି ଜଣାପଡ଼ିଛି । ଉଭୟ ଦୁର୍ଘଟଣାରେ ପୋଲିସ ମାମଲା ରୁଜୁ କରି ମୃତକଙ୍କ ପରିଜନଙ୍କୁ ସୂଚନା ଦେଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ବିବାହ ଭୋଜି ଖାଇ ଫେରିବା ବେଳେ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











