ନୂଆଦିଲ୍ଲୀ : ଆଜି ଲୋକସଭାରେ ଆସିପାରେ ଏକକ ନିର୍ବାଚନ ବିଲ୍ । ବିଲ୍ ଆଗତ କରିବେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ । ଗୃହରେ ଉପସ୍ଥିତ ରହିବାକୁ ସମସ୍ତ ସାଂସଦଙ୍କୁ ବିଜେପିର ହ୍ୱିପ୍ । ସେପଟେ ସରକାରଙ୍କ ଏହି ବିଲକୁ ଏନଡିଏ ସମର୍ଥନ କରିଥିବା ବେଳେ ଏହାକୁ ବିରୋଧ କରିବାକୁ ବିରୋଧିମାନେ ରଣନୀତି ପ୍ରସ୍ତୁତ କରିଛନ୍ତି । କିଛି ଦିନ ତଳେ ୱାନ୍ ନେସନ, ୱାନ୍ ଇଲେକ୍ସନ ବିଲ୍କୁ ମଞ୍ଜୁରୀ ପ୍ରଦାନ କରିଛି କେନ୍ଦ୍ର କ୍ୟାବିନେଟ । ୨୦୨୪ ଲୋକସଭା ନିର୍ବାଚନରେ ବିଜେପି ଇସ୍ତାହାରରେ ଏହାକୁ ସାମିଲ କରିଥିଲା । ୱାନ୍ ନେସନ୍, ୱାନ୍ ଇଲେକସନକୁ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର। କମିଟିର ରିପୋର୍ଟକୁ କ୍ୟାବିନେଟ୍ ମଂଜୁରୀ ମଧ୍ୟ ମିଳିଛି। ତେବେ ଏକକ ନିର୍ବାତନ ଢାଞ୍ଝା କାର୍ୟ୍ୟକାରୀ କରିବାକୁ ବ୍ୟାପକ ସାମ୍ବିଧାନିକ ସଂଶୋଧନ ଆବଶ୍ୟକ ରହିଛି। କେନ୍ଦ୍ର ସରକାରଙ୍କ ନେତୃତ୍ବାଧୀନ କେନ୍ଦ୍ର କ୍ୟାବିନେଟ୍ ଗତ ସପ୍ତାହରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକାସାଙ୍ଗରେ କରିବାକୁ ନିଷ୍ପତ୍ତି ନେଇଥିଲେ ହେଁ ସ୍ଥାନୀୟ ନିର୍ବାଚନ କିପରି ହେବ ସେ ନେଇ ଏପର୍ୟ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ।
ଆଜି ଲୋକସଭାରେ ଏକକ ନିର୍ବାଚନ ବିଲ୍
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











