The Ultimate Managed Hosting Platform
ADVERTISEMENT

ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ସାଂସଦ ପ୍ରତାପ ଷଡଙ୍ଗୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ରାମ ମନୋହର ଲୋହିଆ ହସ୍ପିଟାଲରୁ ଡିସଚାର୍ଜ ହେଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ। ଡାକ୍ତରଙ୍କ ପରାମର୍ଶ ପରେ ଡିସଚାର୍ଜ କରାଯାଇଛି । ଗତ ୧୯ ତାରିଖରେ ମେଡିକାଲରେ ଭର୍ତ୍ତି ହୋଇଥିଲେ । ସଂସଦ ପରିସରରେ ଠେଲାପେଲାରେ ଆହତ ହୋଇଥିଲେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ । ସଂସଦ ଭବନ ସିଡ଼ି ଚଢିବା ବେଳେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଠେଲି ଦେଇଥିବା ପ୍ରତାପ ଅଭିଯୋଗ କରିଥିଲେ । ସୂଚନା ଅନୁଯାୟୀ ସଂସଦ ଭବନରେ କଂଗ୍ରେସ ନେତାଙ୍କ ଠେଲା ପେଲା ମଧ୍ୟରେ ଆହତ ହୋଇଥିଲେ ପ୍ରତାପ ଷଡ଼ଙ୍ଗୀ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସହ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ତାଙ୍କୁ ୧୯ ତାରିଖ ଦିନ ଭର୍ତ୍ତି କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login