କଟକ : କଟକରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ । କଟକର ବେଲ ଭ୍ୟୁ ଛକରେ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟିତ ହୋଇଛି । ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଶିଳ୍ପୀ ସଞ୍ଜୀବ ବିଶ୍ବାଳଙ୍କ ତତ୍ତ୍ବବଧାନରେ ନିର୍ମିତ ହୋଇଛି ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି। ମାତ୍ର ୩୫ ଦିନରେ ୧୦ ଫୁଟ୍ ଉଚ୍ଚତାବିଶିଷ୍ଟ ଏହି ବ୍ରୋଞ୍ଜ ପ୍ରତିମୂର୍ତ୍ତି ୧୮ ଜଣ କାରିଗରଙ୍କ ଦ୍ବାରା ନିର୍ମିତ ହୋଇଛି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚ ଶିକ୍ଷା, ସଂସ୍କୃତି, ଭାଷା ସାହିତ୍ୟ ଏବଂ କ୍ରୀଡ଼ା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, କଟକ ଲୋକସଭା ସଦସ୍ୟ ଭର୍ତ୍ତୃହରି ମହତାବ, ସଦର ବିଧାୟକ ଇଂ ପ୍ରକାଶ ସେଠୀ, ମାହାଙ୍ଗା ବିଧାୟକ ସାରଦା ପ୍ରସାଦ ପ୍ରଧାନ, ବାଙ୍କୀ ବିଧାୟକ ଦେବୀ ପ୍ରସାଦ ତ୍ରିପାଠୀ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡ଼ୁ, ବରିଷ୍ଠ ବିଜେପି ନେତା ନୟନକିଶୋର ମହାନ୍ତି ଓ ଶ୍ରୀତମ୍ ଦାସ ପ୍ରମୁଖ ଯୋଗ ଦେଇଥିଲେ।
କଟକରେ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











