ଭୁବନେଶ୍ୱର : ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ପରେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି । ତାଙ୍କର ଆଗାମୀ କାର୍ଯ୍ୟପନ୍ଥା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଶ୍ରୀ ଦାସ ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ଇଚ୍ଛା ଯୋଗୁଁ ଓଡିଶାର ରାଜ୍ୟପାଳ ଦାୟିତ୍ୱ ନେଇଥିଲି । ୨୦୩୬ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ବିକଶିତ ଓଡ଼ିଶା ଗଠନ ହେବ। ଏବେ ଦଳ ଯାହା ଦାୟିତ୍ୱ ଦେବ ତାହା ନିର୍ବାହ କରିବି। ଆଗାମୀ ଭବିଷ୍ୟତ ନେଇ ହାଇକମାଣ୍ଡଙ୍କ ଯାହା ନିଷ୍ପତି ଆସିବ ସାଧାରଣ କାର୍ୟ୍ୟକର୍ତ୍ତା ଭାବେ ଗ୍ରହଣ କରିବି। ସେହିପରି ରାଜଭବନରୁ ଜାରି ହୋଇଥିବା ପ୍ରେସ୍ ବିଜ୍ଞପ୍ତିରେ ବିଦାୟୀ ରାଜ୍ୟପାଳ ଶ୍ରୀ ଦାସ କହିଛନ୍ତି ଯେ ଓଡ଼ିଶା ମୋ ହୃଦୟରେ ସବୁବେଳ ପାଇଁ ରହିବ। ଓଡ଼ିଶାବାସୀ ଯେଉଁ ଅପାର ସ୍ନେହ, ଶ୍ରଦ୍ଧା ଓ ଖୁସି ପ୍ରଦାନ କରିଛନ୍ତି ସେଥିପାଇଁ ରାଜ୍ୟବାସୀଙ୍କୁ ଗଭୀର କୃତଜ୍ଞତା। ଓଡ଼ିଶାବାସୀଙ୍କ ଉତ୍ସାହ, ଅତୁଳନୀୟ ଆତିଥ୍ୟ ମୋ ହୃଦୟରେ ଗଭୀର ଛାପ ଛାଡ଼ିଛି। ଓଡ଼ିଶାବାସୀଙ୍କର ସେବା କରିବା ମୋ ପାଇଁ ଗର୍ବ ଓ ଗୌରବର ବିଷୟ।
ଓଡିଶା ସବୁବେଳେ ମୋ ହୃଦୟରେ ରହିବ-ରଘୁବର

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...