ଭୁବନେଶ୍ୱର : ର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ ରେ ଲେଖିଛନ୍ତି ଯେ, ସ୍ୱର୍ଗତ ସିଂହ ଦେଶର ଜଣେ ମହାନ ବରପୁତ୍ର ଥିଲେ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦ କ୍ଷତା ପାଇଁ ସାରା ବିଶ୍ୱରେ ସମ୍ମାନର ଅଧିକାରୀ ହୋଇପାରିଥିଲେ । ଅର୍ଥମନ୍ତ୍ରୀ ଭାବେ ଦେଶରେ ଅର୍ଥନୀତିକୁ ନୂଆ ଦିଗ ଦେଇଥିଲେ । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

ଅନ୍ୟପଟେ, ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼କ୍ଟର ମନମୋହନ ସିଂହଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ ରେ ସ୍ବର୍ଗତ ସିଂହ ଙ୍କୁ ଜଣେ ଦକ୍ଷ ପ୍ରଶାସକ, ପାର୍ଲିଆମେଣ୍ଟାରିଆନ ଓ ଯଶସ୍ବୀ ଅର୍ଥନୀତିଜ୍ଞ ଭାବରେ ବର୍ଣ୍ଣନା କରିଛନ୍ତି ।

Views: 52