The Ultimate Managed Hosting Platform
ADVERTISEMENT

ଦକ୍ଷିଣ କୋରିଆରେ ବଡ ବିମାନ ଦୁର୍ଘଟଣା, ୧୭୯ ଜଣଙ୍କ ଚାଲିଗଲା ଜୀବନ !

Facebook
Twitter
LinkedIn

ନୂଆଦିଲ୍ଲୀ : ଦକ୍ଷିଣ କୋରିଆରେ ବଡ ବିମାନ ଦୁର୍ଘଟଣା । ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ । ଏପର୍ୟ୍ୟନ୍ତଙ୍କ ୧୭୯ ଜଣଙ୍କ ଜୀବନ ଚାଲି ଯାଇଥିବା ଆଶଙ୍କା । ୧୭୫ ଜଣ ଯାତ୍ରୀ ଓ ୬ ଜଣ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିଲା ବିମାନ । ମୁଆନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ବେଳେ ରନଓ୍ୱେରୁ ଖସି ଯିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ଅନ୍ତର୍ଜାତୀୟ ଗଣମାଧ୍ୟମ ରିପୋର୍ଟ ଏହି ବିମାନରେ ୧୭୫ ଜଣ ଯାତ୍ରୀ ଓ ୬ ଜଣ କ୍ରୁ ସଦସ୍ୟଙ୍କୁ ମିଶାଇ ମୋଟ ୧୮୧ ଜଣ ଥିଲେ । ବିମାନଟି ବ୍ୟାଙ୍କକରୁ ଫେରୁଥିଲା । ତେବେ ମୁଆନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଲ୍ୟାଣ୍ଡିଂ ବେଳେ ରନଓ୍ୱେରୁ ଏହାର ଖସି ଯାଇ ବିମାନ ବନ୍ଦରର କାନ୍ଥ ସହ ଧକ୍କା ହୋଇଥିଲା । ଏହାପରେ ଏଥିରେ ଭୟଙ୍କର ବିସ୍ଫୋରଣ ଘଟିଥିଲା । ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବା ନେଇ ଆଶଙ୍କା ରହିଛି । ଜାତୀୟ ଅଗ୍ନିଶମ ଏଜେନ୍ସି କହିଛି ଯେ ଦୁର୍ଘଟଣା ପରେ ଲାଗିଥିବା ନିଆଁକୁ ପ୍ରାୟ ଆୟତ୍ତ କରାଯାଇଛି । କିନ୍ତୁ ଉଦ୍ଧାର କାର୍ୟ୍ୟ ଏପର୍ୟ୍ୟନ୍ତ ଜାରି ରହିଛି । ଯାତ୍ରୀମାନଙ୍କୁ ବିମାନର ଭଗ୍ନାବଶେଷରୁ ବାହାରକୁ ଅଣାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login