ଭୁବନେଶ୍ୱର : ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ । ଓସିଏର ସାଧାରଣ ପରିଷଦ ବୈଠକରେ ତାଙ୍କ ଇସ୍ତଫା ଗ୍ରହଣ କରାଯାଇଥିବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଛନ୍ତି । ଆଗାମୀ ୪୫ ଦିନ ଭିତରେ ନୂତନ ସଭାପତି ନିଯୁକ୍ତି ପାଇଁ ନିର୍ବାଚନ ହେବ ବୋଲି ଜଣାପଡିଛି । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତାଫା ଦେଇଥିବା କଥା କହିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା । ଓସିଏ ଉପ ସଭାପତି ପଙ୍କଜ ଲୋଚନ ମହାନ୍ତି ଏବେ ସଭାପତି ଦାୟିତ୍ବ ତୁଲାଇବେ।
Views: 49