ଭୁବନେଶ୍ୱର : ନୂଆବର୍ଷରେ ମୋହନ ସରକାରଙ୍କ ବଡ ଘୋଷଣା । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ଭିଜିଲାନ୍ସରେ ବରିଷ୍ଠ ପାହ୍ୟାରେ ୪୮ଟି ନୂଆ ପଦବୀ ସୃଷ୍ଟିକୁ ମଞ୍ଜୁରୀ ଦେଇଛନ୍ତି । ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।
Views: 61