ଭୁବନେଶ୍ୱର : ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ଛତିଶଗଡ ମହାସମୁଦ ଜିଲ୍ଲା ସରେଇପାଲି ଥାନାରେ ବିଶାଲ ଦାସ ଅଟକ ରହିଛନ୍ତି । କିର୍ମିରା ବ୍ଲକର ସମିତିସଭ୍ୟ ଏବଂ ସରପଞ୍ଚଙ୍କୁ ମଧ୍ୟ ଅଟକ ରଖାଯାଇଛି । ଏକ ଭିଡିଓ ମାଧ୍ୟମରେ ଏହା କହିଛନ୍ତି ବିଶାଲ ଦାସ । ଗତକାଲି ରାତି ୨ଟାରୁ ସମସ୍ତଙ୍କୁ ଅଟକ ରଖାଯାଇଥିବା ସୂଚନା ରହିଛି । ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ । ପୁଲିସର କାର୍ୟ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ । ତେବେ ତାଙ୍କୁ କାହିଁକି ଅଟକ ରଖାଯାଇଛି, ସରେଇପାଲି ଥାନା ପୋଲିସର ପ୍ରତିକ୍ରିୟା ମିଳିନି ।ଏପଟେ ଘଟଣାକୁ ଡାର୍ଟି ପଲିଟିକ୍ସ କହିଛନ୍ତି ପୂର୍ବତନ ବିଧାୟିକା ଦିପାଳୀ ଦାସ । ଆଜି କିରୀମିରାରେ ବ୍ଲକ ଅଧ୍ୟକ୍ଷାଙ୍କ ଅନାସ୍ଥା ପ୍ରସ୍ତାବ ରହିଛି । ସେମାନେ ଆମକୁ କଲ କରିଥିଲେ । ମୋ ଭାଇ ବିଶାଳ ଦାସ ତାଙ୍କୁ ଭେଟିବାକୁ ଯାଇଥିଲେ । ହେଲେ ଛତିଶଗଡ଼ରେ ସମସ୍ତଙ୍କୁ ଅଟକ ରଖାଯାଇଛି । ସମିତି ସଭ୍ୟମାନେ ଭୋଟ ଦେଇ ନ ପାରିଲେ ପୋଲିସ ଦାୟୀ ରହିବ , ଭୋଟିଂକୁ ଡରି ଏପରି କରାଯାଇଥିବା ବୋଲି ଦିପାଳୀ ଅଭିଯୋଗ କରିଛନ୍ତି ।
ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











