ଭୁବନେଶ୍ୱର : ଜନତା ମୈଦାନରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଭାରତୀୟ ଦିବସର ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି। ଶୁକ୍ରବାର ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ବାମଗତ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଉ ଭାରତୀୟ ସମ୍ମେଳନରେ ଉଦବୋଧନ ଦେବେ। ଏହାଛଡ଼ା ସେ ୨୭ଜଣ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ପାଖାପାଖି ସାଢ଼େ ୫ଟା ସମୟରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।
Views: 48