The Ultimate Managed Hosting Platform
ADVERTISEMENT

ସୁନାବେଶରେ ଝଟକିବେ ମହାପ୍ରଭୁ, ଆଜି ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

Facebook
Twitter
LinkedIn

ପୁରୀ : ଆଜି ପବିତ୍ର ପୌଷପୁର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ।ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଆଜି ଦିନରେ ସୁନାବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି। ଏଥିପାଇଁ ପୁରୀରେ ଲକ୍ଷାଧିକ ଲୋକଙ୍କ ଭିଡ଼ ଜମିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login