ପୁରୀ : ନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ୟ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମାର୍କେଟ ଛକ ଯାଏ ଧାଡ଼ି ହେବ। ଏହି ସମୟରେ ଶ୍ରଦ୍ଧାଳୁଙ୍କୁ ପିଇବା ପାଣି ଯୋଗାଇ ଦିଆଯିବ । ଏହାଛଡ଼ା ସେଠାରେ କୁଲର ଓ ଫ୍ୟାନ୍ ର ବ୍ୟବସ୍ଥା ବି କରାଯିବ । ଭିନ୍ନକ୍ଷମ ଓ ବୟସ୍କମାନଙ୍କ ପାଇଁ ସ୍ବତନ୍ତ୍ର ପଦକ୍ଷେପ ନିଆଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି ।
Views: 61











