The Ultimate Managed Hosting Platform
ADVERTISEMENT

ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ସ୍ତରରେ ଲାଗୁ ହେବ ଜାତୀୟ ଶିକ୍ଷାନୀତି ୨୦୨୦ ବା ଏନଇପି ୨୦୨୦ । ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହା ଐତିହାସିକ ପଦକ୍ଷେପ । ଶିକ୍ଷା ସରଳୀକାରଣ ହେବ। ଏଫଏଲଏମର ନିପୁଣ ଓଡ଼ିଶା ଲାଗୁ କରାଯିବ । ପ୍ରାଥମିକ ସ୍ତରରେ ପିଲାମାନେ ଭିତ୍ତିଠିକ ରହିବା ନେଇ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କରିବାକୁ ଯାଉଛନ୍ତି ସରକାର ବୋଲି କହିଛନ୍ତି । ଏହା ମଧ୍ୟ କହିଛନ୍ତି ବିଦ୍ୟାଳୟ ସ୍ତରରେ ଧନ୍ଦାମୂଳକ ଶିକ୍ଷା ବି ଦିଆଯାଉଛି । ବିଶେଷ କରି ଓଡ଼ିଆ ଭାଷା କଳା ଓ ସଂସ୍କୃତିକୁ ଏଥିରେ ପ୍ରଚାର ପ୍ରସାର କରାଯାଉଛି । ଏନଇପି ଲାଗୁ ହେଲେ ଜିରୋ ଡ୍ରପ ଆଉଟ ହେବା ଗୁଣାତ୍ମକ ଶିକ୍ଷା ମିଳିପାରିବ । ଏଥିରେ ୧୫୬ କୋଟି ବ୍ୟୟ ବରାଦ ହୋଇଛି । ନବମ ଓ ଏକାଦଶ ଶ୍ରେଣୀରେ ପିଲା ମାନେ ନାମ ଲେଖାଇଲେ ତାଙ୍କ ଆକାଉଣ୍ଟକୁ ଟଙ୍କା ଯିବ । ପିଏମ ଶ୍ରୀ ଯୋଜନା ପାଇଁ କେନ୍ଦ୍ର ସରକାରଙ୍କ ସହ ଏମଓୟୁ ସ୍ଵାକ୍ଷର ହୋଇ ଓଡ଼ିଶାର ପ୍ରାୟ ୩୫୦ ସ୍କୁଲ ମିଳିଛି । ଆହୁରି ସ୍କୁଲ ଏଥିରେ ସାମିଲ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରୁଛୁ । ଏହା ଦ୍ୱାରା ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login