ନୂଆଦିଲ୍ଲୀ : ମିଆଁମାର ଓ ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା । ମିଆଁମାରରେ ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୪.୮ ଥିଲା । ବିଳମ୍ବିତ ରାତିରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତେବେ ବଡ଼ ଧରଣର ଭୂକମ୍ପ ହୋଇଥିଲେ ମଧ୍ୟ କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ନାହିଁ । ବିଳମ୍ବିତ ରାତିରେ ହୋଇଥିବା ଭୂମିକମ୍ପ ଯୋଗୁଁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଖବର ମୁତାବକ, ରାତି ପ୍ରାୟ ୧ଟା ସମୟରେ ଭୂମିକମ୍ପ ଝଟକା ହୋଇଥିଲା । ଭୂମିକମ୍ପ ପରେ ଲୋକେ ଭୟରେ ଘରୁ ବାହାରକୁ ପାଳାଇ ଆସିଥିଲେ । ସେହିପାରି ଭୂକମ୍ପରେ ଦୋହଲିଲା ଉତ୍ତରାଖଣ୍ଡ ସୀମାନ୍ତ ଜିଲ୍ଲା ଉତ୍ତରକାଶୀ । ସୂଚନା ଅନୁସାରେ, ଶୁକ୍ରବାର ସକାଳ ପ୍ରାୟ ୭.୪୨ ମିନିଟରେ ହୋଇଥିବା ବେଳେ ୮.୨୧ ମିନିଟରେ ଦ୍ୱିତୀୟ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୨.୭ ଏବଂ ୩.୫ ଥିଲା । ଦ୍ୱିତୀୟ ଥର ଭୂମିକମ୍ପ ଯୋଗୁଁ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଲେ । ଭୂମିକମ୍ପଟି ୫ କିଲୋମିଟର ଗଭୀରତାରେ ହୋଇଥିଲା ।
ମିଆଁମାର ଓ ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











