ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ସକାଳୁ ସନ୍ଧ୍ୟା ଯାଏଁ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଜନତାଙ୍କ ମନ ଜିଣିବାକୁ ବିଜେପି, କଂଗ୍ରେସ, ଆମ ଆଦାମୀ ପାର୍ଟି ସମେତ ସବୁ ରାଜନୈତିକ ଦଳ ନିଜର ସମସ୍ତ ଶକ୍ତି ଖଟାଇଦେବେ । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରୁଛନ୍ତି । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ଦଳର ଷ୍ଟାର ପ୍ରଚାରକ ଓ ହେଭିୱେଟ ନେତା । ଦିଲ୍ଲୀର ୭୦ ବିଧାନସଭା ଆସନରେ ଏଥର ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ୬୯୯ ଜଣ ପ୍ରାର୍ଥୀ । ୫ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆରମ୍ଭ ହୋଇଯାଇଛି ପୋଷ୍ଟାଲ ଭୋଟ୍ । ସେପଟେ ଭୋଟ ପାଇଁ ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ ।
ଦିଲ୍ଲୀ ନିର୍ବାଚନ ; ଶେଷ ଦିନରେ ହାଇଭୋଲଟେଜ ପ୍ରଚାର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











