The Ultimate Managed Hosting Platform
ADVERTISEMENT

ଆସନ୍ତାକାଲି ମହାକୁମ୍ଭରେ ବୁଡ ପକାଇବେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ପ୍ରୟାଗରାଜ : ମହାକୁମ୍ଭରେ ପବିତ୍ର ସ୍ନାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ୍ ମୋଦି ଆସନ୍ତାକାଲି ଫେବୃୟାରୀ ୫ରେ ଉତ୍ତର ପ୍ରଦେଶର ପ୍ରୟାଗରାଜ ଯିବେ । ମୋଦି ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ ସ୍ଥଳକୁ ଯିବେ । ସଙ୍ଗମ ସ୍ଥଳରେ ସକାଳ ୧୧ଟାରେ ପବିତ୍ର ସ୍ନାନ କରିବେ ପ୍ରଧାନମନ୍ତ୍ରୀ ମୋଦି । ମହାକୁମ୍ଭ ମେଳାରେ ସକାଳ ୧୧ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ସମୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସଂରକ୍ଷିତ ରହିଛି । ସଙ୍ଗମରେ ବୁଡ଼ ପକାଇବା ପରେ ପିଏମ୍ ମୋଦି ୧୧ଟା ୪୫ରେ ଡଙ୍ଗାରେ ବସି ଅରେଲ ଘାଟ ଫେରିବେ । ଏଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ହୋଇ ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀ ଦ୍ୱିପ୍ରହର ୧୨ଟା ୩୦ରେ ବାୟୁସେନାର ବିମାନ ଯୋଗେ ପ୍ରୟାଗରାଜରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login