The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୪୩ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌‌ ବୟସର ୨୮ ଜଣ ରହିଛନ୍ତି ।
ସୂଚନା ଅନୁଯାୟୀ,ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌‌ରୁ ୨ଜଣ ରହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login