ପଞ୍ଜାବ : ବଲିଉଡ ଅଭିନେତା ସୋନୁ ସୁଦଙ୍କର ସମସ୍ୟା ବଢିବାରେ ଲାଗିଛି । ଗିରଫ ହୋଇ ପାରନ୍ତି ଅଭିନେତା ସୋନୁ ସୁଦ । ସୋନୁ ସୁଦଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି କରିଛି ଲୁଧିଆନା କୋର୍ଟ । ଏକ ଠକେଇ ଅଭିଯୋଗରେ ଲୁଧିଆନା କୋର୍ଟ ଏହି ଗିରଫ ପରୱାନା ଜାରି କରିଛନ୍ତି । କୁହାଯାଉଛି ଲୁଧିଆନା କୋର୍ଟ ୧୦ ଲକ୍ଷ ଟଙ୍କାର ଏକ ଠକେଇ ମାମଲାରେ ପଚରାଉଚରା ପାଇଁ ପୂର୍ବରୁ ସୋନୁଙ୍କ ସମନ ଜାରି କରିଥିଲେ । ହେଲେ ସେ ଏହାର କୌଣସି ଉତ୍ତର ରଖିନଥିଲେ କି କୋର୍ଟରେ ମଧ୍ୟ ହାଜର ହୋଇନଥିଲେ । ଯେଉଁଥିପାଇଁ ଏବେ ଲୁଧିଆନା କୋର୍ଟ ସୋନୁଙ୍କ ନାଁରେ ଗିରଫ ପରୱାନା ଜାରି କରିଛନ୍ତି। କୋର୍ଟ ଦ୍ୱାରା ଜାରି କରାଯାଇଥିବା ଆଦେଶରେ କୁହାଯାଇଛି, “ସୋନୁ ସୁଦଙ୍କୁ ସମନ କିମ୍ବା ୱାରେଣ୍ଟ ପ୍ରଦାନ କରାଯାଇଛି କିନ୍ତୁ ସେ କୋର୍ଟରେ ହାଜର ହୋଇନାହାଁନ୍ତି।
Views: 45