The Ultimate Managed Hosting Platform
ADVERTISEMENT

୧୫ ପ୍ରତିଶତ ବଢିଲା ବିଅର ଦାମ

Facebook
Twitter
LinkedIn

ନୂଆଦିଲ୍ଲୀ : ୧୫ ପ୍ରତିଶତ ବଢିଲା ବିଅର ଦାମ । ଆଜିଠାରୁ ଅର୍ଥାତ ଫେବୃଆରୀ ୧୧ ତାରିଖ ଠାରୁ ବିଅରର ନୂଆ ଦାମ୍ ପ୍ରଭାବୀ ହୋଇଛି । ବିଅରର ଦାମ୍ ବୃଦ୍ଧି ନିଷ୍ପତ୍ତି ହେବା ଫଳରେ ତାହା ଅନେକ ଲୋକଙ୍କୁ ଶକ୍ତ ଝଟକା ଦେଇଛି । ଏଣିକି ବିଅର କିଣିଲେ ଲୋକଙ୍କୁ ପୂର୍ବାପେକ୍ଷା ଅଧିକ ଟଙ୍କା ଗଣିବାକୁ ପଡ଼ିବ । ବିଅର କିଣିଲେ ପୂର୍ବରୁ ଲୋକମାନେ ଯେଉଁ ଟଙ୍କା ଦେଉଥିଲେ, ଏବେ ସେମାନଙ୍କୁ ୧୫ ପ୍ରତିଶତ ଅଧିକ ଅର୍ଥ ନିଜ ପକେଟରୁ ଗଣିବାକୁ ପଡ଼ିବ । ସରକାରଙ୍କ ଏହି ନିଷ୍ପତ୍ତି ଏବେ ଅନେକ ଲୋକଙ୍କ ଅସନ୍ତୋଷର କାରଣ ପାଲଟିଛି ।ସୂଚନା ମୁତାବକ, ତେଲେଙ୍ଗାନା ସରକାର ବିଅରକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ବିଅର ଦାମରେ ୧୫ ପ୍ରତିଶତ ବୃଦ୍ଧି କରାଯାଇଛି । ରାଜ୍ୟ ସରକାରଙ୍କ ଅବକାରୀ ନୀତି ଅନୁସାରେ ବିଅରର ସଂଶୋଧନ ଦର ଲାଗୁ କରାଯାଇଛି । ମଦ ବିକ୍ରି ଦ୍ବାରା ରାଜସ୍ବ ବୃଦ୍ଧି କରିବା ଏହି ନିଷ୍ପତ୍ତି ପଛର ଉଦ୍ଦେଶ୍ୟ ରହିଛି । ରାଜ୍ୟ ସରକାର ଅବକାରୀ ଶୁଳ୍କକୁ ସଂଶୋଧନ କରିବା ପରେ ବିଅର ଦାମ୍ ୧୫ ପ୍ରତିଶତ ବୃଦ୍ଧି ଘଟିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login