ଭୁବନେଶ୍ୱର : ଖୁବଶୀଘ୍ର ଆରମ୍ଭ ହେବ ଜୟଦେବ ବିହାରରୁ ନନ୍ଦନ କାନନ ପର୍ୟ୍ୟନ୍ତ ଫ୍ଲାଏ ଓଭର କାର୍ୟ୍ୟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି, ସରକାର ସେ ପ୍ରକଳ୍ପକୁ ଅନୁମତି ଦେଇ ସାରିଛନ୍ତି । ଖୁବଶୀଘ୍ର ଟେକ୍ନିକାଲ କାର୍ୟ୍ୟ ଆରମ୍ଭ ହେବ । ଜୟଦେବ ବିହାରରେ ଜାତୀୟ ରାଜପଥର ଯେଉଁ ଫ୍ଲାଏ ଓଭର ରହିଛି ତାକୁ ସଂଯୋଗ କରି ସେ ଫ୍ଲାଏ ଓଭର ନନ୍ଦନ କାନନ ପର୍ୟ୍ୟନ୍ତ ଯିବ । ମଝିରେ ମଝିରେ ଯେଉଁଠି ବଡ଼ ବଡ଼ ଛକ ଅଛି ସେଠି ଏସକେପ ୱେ ରହିବ । ଯେଉଁମାନେ ଉପରେ ଯାତାୟାତ କରୁଥିବେ ସେମାନଙ୍କ ପାଇଁ ତଳକୁ ଓହ୍ଲାଇବା ପାଇଁ କୌଣସି ଅସୁବିଧା ହେବ ନାହିଁ । ସବୁ ଦୃଷ୍ଟିକୁ ଆଖି ଆଗରେ ରଖି ଯୋଜନା କରାଯାଇଛି ।
Views: 27