ନୂଆଦିଲ୍ଲୀ : ପୁଲୱାମା ଆକ୍ରମଣକୁ ପୂରିଛି ୬ ବର୍ଷ । ବୀରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ଦେଶ । ଆଜିର ଦିନରେ ଠିକ୍ ୬ ବର୍ଷ ତଳେ ଯେବେ ଆତଙ୍କବାଦୀଙ୍କ ଜାଲରେ ଫସି ଯାଇଥିଲେ ଭାରତର ବୀର ଯବାନ । ଜମ୍ମୁ କଶ୍ମୀର ପୁଲୱାମାରେ ହୋଇଥିବା ଆତଙ୍କୀ ଆକ୍ରମଣରେ ଦେଶ ହରାଇଥିଲା ୪୦ ବୀରପୁତ୍ର । ୬ ବର୍ଷ ପୂର୍ବେ ଆଜିର ଦିନରେ ସମସ୍ତଙ୍କ ଆଖି ଲୁହରେ ଭିଜିଥିଲା । ଦେଶ ପାଇଁ ସର୍ବୋଚ୍ଚ ବଳିଦାନ ନେଇଥିଲେ ୪୦ ସିଆରପିଏଫ ଯବାନ । ଫେବୃଆରୀ ୧୪ ତାରିଖ ଭାରତ ପାଇଁ କଳାଦିନ ହୋଇ ରହିଯାଇଛି । ଜମ୍ମୁ-ଶ୍ରୀନଗର ରାଷ୍ଟ୍ରୀୟ ରାଜମାର୍ଗ ଦେଇ ୨୫୦୦ ଯବାନଙ୍କୁ ନେଇ ୭୮ ଟି ବସ୍ ଯାଉଥିଲା । ଆଉ ସବୁଦିନ ପରି ଯବାନମାନେ ନିଜ ଗନ୍ତବ୍ୟ ସ୍ଥଳକୁ ଆଗେଇ ଚାଲିଥିଲେ । ସିଆରପିଏଫ୍ ଯବାନଙ୍କ ଗାଡି ପୁଲୱାମା ପହଁଚିବା ପୂର୍ବରୁ ରାସ୍ତାର ଆରପଟରୁ ଆସୁଥିବା ଗୋଟିଏ କାର୍ ଗାଡିକୁ ଧକ୍କା ଦେଇଥିଲା । କେହି କିଛି ବୁଝିବା ପୂର୍ବରୁ ଏତେ ଜୋର୍ ରେ ବିସ୍ଫୋରକ ହୋଇଥିଲା ଯେ ଏଥିରେ ସାରା ଦେଶର ଛାତି ଥରି ଉଠିଲା । ଆତଙ୍କବାଦୀ ଆଦିଲ୍ ଅହମ୍ମଦର ଆତ୍ମଘାତୀ ବିସ୍ଫୋରଣରେ ଘଟଣାସ୍ଥଳରେ ହିଁ ଟଳିପଡିଲେ ସିଆରପିଏଫର ଅନେକ ଯବାନ । କେବଳ ଏତିକି ନୁହେଁ, କୋହଲା ପାଗର ସୁଯୋଗ ନେଇ ପୁଣି କରିଥିଲେ ଅନ୍ଧାଧୁନ୍ ଗୁଳିମାଡ଼ ଆତଙ୍କବାଦୀ । ଭାରତୀୟ ସେନା ପୁଲୱାମା ଆକ୍ରମଣର ଠିକ୍ ୧୨ ଦିନ ପରେ ଆତଙ୍କୀଙ୍କ ଉପରେ ଆକ୍ରମଣ କରିଥିଲା । ଫେବୃୟାରୀ ୨୬ ଭାରତୀୟ ବାୟୁସେନା ପାକ୍ ସ୍ଥିତ ବାଲାକୋଟର ଆତଙ୍କୀ ସଂଗଠନ ଜୈସ୍ – ଏ – ମହମ୍ମଦ ଉପରେ ଏୟାର୍ ଷ୍ଟ୍ରାଇକ୍ କରିଥିଲା ।
ପୁଲୱାମା ଆକ୍ରମଣକୁ ପୁରିଲା ୬ ବର୍ଷ, ଆଜିର ଦିନକୁ ଝୁରୁଛି ସାରା ଦେଶ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











