ଭୁବନେଶ୍ୱର : ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ । ବଜେଟ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୫-୨୬ ବର୍ଷ ପାଇଁ ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଅଟକଳ । ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ କରିଛୁ । ପୁଞ୍ଜିନିବେଶ ଲାଗି ବାଟ ଫିଟିଛି । ୧୬ ଲକ୍ଷ ହଜାର କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ହେବ । ରାଜ୍ୟରେ ନିଯୁକ୍ତି ବଢିବ । ଓଡ଼ିଶାକୁ ବିକଶିତ କରିବା ଦିଗରେ ଆମେ କାମ କରୁଛୁ । ଆମେ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛୁ । ସହରୀକରଣ ଯୋଜନା ଅଭିବୃଦ୍ଧିର ଇଞ୍ଜିନ କରିବୁ । ଚାଷୀଙ୍କୁ ସର୍ବାଧିକ ଗୁରୁତ୍ବ ଦିଆଯାଉଛି । ବନ୍ଦର ଭିତ୍ତିକ ବିକାଶ ଦିଗରେ ଆମେ କାମ କରୁଛୁ । ନୂଆ ଶିଳ୍ପ ଦିଗରେ ରାଜ୍ୟ ସରକାର ଅଗ୍ରସର ହେଉଛନ୍ତି । ମିଲେଟ୍ ଚାଷ ଲାଗି ୩୦ ଜିଲ୍ଲାରେ କାମ କରୁଛି । ଅଚଳ ଶୀତଳଭଣ୍ଡାର ଲାଗି ଆର୍ଥିକ ସହାୟତା ଦିଆଯିବ । ୨ ଶହ ୫୨ କୋଟି ଶୀତଳ ଭଣ୍ଡାର ଲାଗି ମିଳିବ । ନୂଆ ଶୀତଳ ଭଣ୍ଡାର ତିଆରି ପାଇଁ ଆମେ ପ୍ରକ୍ରିୟା ଆରମ୍ଭ କରିଛୁ । ଦକ୍ଷିଣ ଓ ପଶ୍ଚିମ ଅଂଚଳର କପା ଚାଷୀଙ୍କୁ ଗୁରୁତ୍ବ । ଉଦ୍ୟାନ କୃଷି ଚାହିଦା ବଢିଛି । ଜଳସେଚନ ପ୍ରକଳ୍ପର ବିକାଶ ଲାଗି ଯୋଜନା କରାଯାଇଛି । ଚାଷୀଙ୍କ ଆୟ ବଢାଇବା ଆମର ଲକ୍ଷ୍ୟ ।
ବଜେଟ ୨୦୨୫ : ଏଥର ୨ ଲକ୍ଷ ୯୦ ହଜାର କୋଟିର ବଜେଟ

Facebook
Twitter
LinkedIn
Facebook
Twitter
LinkedIn
Recent News
ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ
ପୁରୀ : ମହାପ୍ରସାଦରେ ରାସାୟନିକ ଯୁକ୍ତ ଚାଉଳ ବ୍ୟବହାର କୁ ନା' । ଚଳିତ ବର୍ଷ ପ୍ରଥମକରି ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କୁ କୋଠ ଭୋଗରେ ଲାଗି ହେବ...
ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ
ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...
“ଅନୁପମା” ସିରିୟଲ ସୁଟିଂ ସେଟରେ ଭୟଙ୍କର ନିଆଁ
ମୁମ୍ବାଇ : ମୁମ୍ବାଇର ସୁଟିଂ ସେଟରେ ଭୟଙ୍କର ଅଗ୍ନିକାଣ୍ଡ । ଗୋରେଗାଓଁ ଫିଲ୍ମ ସିଟି ସୁଟିଂରେ ସେଟରେ ଅଗ୍ନିକାଣ୍ଡ । ଟିଭି ରିୟଲିଟି ଶୋ ଅନୁପମାର ସୁଟିଂ...
ସପାର ୩ ବିଧାୟକ ବିଦା
ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...