ନୂଆଦିଲ୍ଲୀ : ଜ୍ଞାନେଶ କୁମାର ହେଲେ ନୂଆ ମୁଖ୍ୟ ନିର୍ବାଚନ କମିଶନର । ତାଙ୍କୁ ନୂଆ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ମିଳିଛି । ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ କାର୍ୟ୍ୟକାଳ ଆଜି ଶେଷ ହେଉଛି । ଜ୍ଞାନେଶ କୁମାରଙ୍କୁ ୨୬ତମ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ସେ ଏହି ପଦବୀରେ ୨୦୨୯ ମସିହା ଜାନୁଆରୀ ୨୬ ଯାଏ ଦାୟିତ୍ବରେ ରହିବେ । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ଅଫିସର ଜ୍ଞାନେଶ କୁମାର । ଗତ ବର୍ଷ ମାର୍ଚ୍ଚ ମାସରେ ତାଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ମିଳିଥିଲା । ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରାଳୟର ସଚିବ ଭାବେ କାର୍ୟ୍ୟ କରିଥିଲେ । କେନ୍ଦ୍ର ସମବାୟ ମନ୍ତ୍ରାଳୟର ସଚିବ ଭାବେ ଅବସର ଗ୍ରହଣ କରିଥିଲେ ।
Views: 27