ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରୁ ତେଲେଙ୍ଗାନା ଯାଏ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳର ୦.୯ କିଲୋମିଟର ଉଚ୍ଚରେ ସୃଷ୍ଟି ନିମ୍ନ ଚାପରେଖା । ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ପବନର ବେଗ ୪୦ରୁ ୫୦ କିମି ରହିବ, କୁଆପଥର ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଇଁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବରରେ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୦ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ ପାଇଁ ବର୍ଷା, ପବନ ନେଇ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ ।
Views: 36