ଶରୀରକୁ ସୁସ୍ଥ ରଖିବା ପାଇଁ ପ୍ରତିଦିନ କିଛି ଡ୍ରାଏ ଫ୍ରୁଟ୍ସ ଖାଇବା ଉଚିତ । ପିସ୍ତାବାଦାମ ଏକ ଏପରି ଡ୍ରାଏ ଫ୍ରୁଟ ଯାହା ଖାଇବା ପାଇଁ ସ୍ୱାଦିଷ୍ଟ ହେବା ସହ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଅତ୍ୟନ୍ତ ଲାଭଦାୟକ । ଏଥିରେ ଆଇରନ୍, ଫାଇବର, କାର୍ବୋହାଇଡ୍ରେଟ୍, ପ୍ରୋଟିନ୍, ଫସଫରସ୍, କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଥିଆମାଇନ, ପୋଟାସିୟମ୍, ଭିଟାମିନ୍ ବି ୬, କପର, ଲିନୋଲିକ୍ ଏସିଡ୍, ମୋନୋସାଚୁରେଟେଡ୍ ଫ୍ୟାଟି ଏସିଡ୍ ଇତ୍ୟାଦି ଭରପୂର ମାତ୍ରାରେ ଥାଏ । ପିସ୍ତା ଆମ ଆଖି ପାଇଁ ଖୁବ ଲଭଦାୟୀ ହୋଇଥାଏ ।
ନିୟମିତ ଭାବରେ ପିସ୍ତାବାଦାମ ଖାଇବା ଦ୍ୱାରା ଡାଇବେଟିସ ହେବାର ଆଶଙ୍କା ବହୁତ ମାତ୍ରାରେ କମିଯାଏ । ଏଥିରେ ଲୋ-ଗ୍ଲାଇସେମିକ ଇଣ୍ଡେକ୍ସ ରହିଛି ଯାହା ଡାଇବେଟିସକୁ କଣ୍ଟ୍ରୋଲରେ ରଖିଥାଏ । ଏହା ବ୍ଲଡ ର ସୁଗାର ଲେବଲକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ ।
ପିସ୍ତା ଖାଇବା ଦ୍ୱାରା ହାଡ଼ ମଧ୍ୟ ମଜବୁତ ହୋଇଥାଏ । ପିସ୍ତାରେ ଭରପୂର ମାତ୍ରାରେ ପ୍ରୋଟିନ୍, ଆଣ୍ଟିଅକ୍ସିଡାଣ୍ଟ ଏବଂ ଫାଇବର ଥାଏ, ଯାହା ହୃଦୟକୁ ସୁସ୍ଥ ରଖିବା, ବ୍ଲଡ଼ରେ ସୁଗାର ଲେବଲକୁ ନିୟନ୍ତ୍ରଣ କରିଥାଏ ଏବଂ ଏଥିରେ ଥିବା କୋଲୋନ୍ କ୍ୟାନ୍ସର ହେବାର ଆଶଙ୍କା କମ କରିଥାଏ ।
ପିସ୍ତା ବାଦାମରେ ଫାଇବର ପ୍ରଚୁର ମାତ୍ରାରେ ଥିବା ଯୋଗୁଁ ଏହା ପେଟକୁ ସୁସ୍ଥ ରଖିଥାଏ । ଏହାକୁ ନିୟମିତ ଖାଇବା ଦ୍ୱାରା ପେଟ ଠିକ୍ ରହିଥାଏ, ଯାହା ଫଳରେ କୋଷ୍ଠକାଠିନ୍ୟ ସମସ୍ୟା ଦୂର ହେବା ସହ ହଜମ ପ୍ରକ୍ରିୟା ତ୍ୱରାନ୍ୱିତ ହୁଏ ।
ପିସ୍ତାବାଦାମକୁ ନିୟମିତ ଭାବେ ଖାଇବା ଦ୍ୱାରା ହାର୍ଟ ସୁସ୍ଥ ରହିଥାଏ । ଏଥିରେ ବହୁ ପରିମାଣର ପୋଟାସିୟମ୍, ଆଣ୍ଟିଅକ୍ସିଡାଣ୍ଟ ଏବଂ ଆଣ୍ଟି-ଇନଫ୍ଲାମେଟୋରୀ ଗୁଣ ରହିଛି, ଯାହା ହୃଦ୍ରୋଗ ସମ୍ଭାବନାକୁ ବହୁ ପରିମାଣରେ ହ୍ରାସ କରିଥାଏ ।
ପ୍ରତିଦିନ ଖାଆନ୍ତୁ ପିସ୍ତାବାଦାମ , ଅନେକ ରୋଗରୁ ମିଳିବ ମୁକ୍ତି

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...