The Ultimate Managed Hosting Platform
ADVERTISEMENT

Subhadra shakti mela : ଆସନ୍ତାକାଲିଠୁ ଆରମ୍ଭ ହେବ “ସୁଭଦ୍ରା ଶକ୍ତି ମେଳା”

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲିଠୁ ଭୁବନେଶ୍ୱରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କାଲିଠୁ ଆରମ୍ଭ ହାେଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ । ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ , ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି , ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ । ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜନ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login