ଭୁବନେଶ୍ୱର : ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି। ତେଣୁ ବାଲି ମାଫିଆମାନେ ସାବଧାନ ହେବା ଦରକାର। ବାଲି ଚୋରଙ୍କୁ ଏଣିକି ଛଡା ଯିବ ନାହିଁ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରାଉରକେଲା ହକି ଭିଲେଜରେ ଆୟୋଜିତ ବୁଦ୍ଧିଜୀବି ସମ୍ମିଳନୀରେ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, ନୂଆ ସରକାର ଆସିବାର ଆଠ ମାସ ଭିତରର ବାଲିରୁ ଆସୁଥିବା ରାଜସ୍ୱରେ ବୃଦ୍ଧି ଘଟିଛି। ଆଗକୁ ବାଲି ଭଳି ଉତ୍ସରୁ ଆସୁଥିବା ରାଜସ୍ବର ଅଭିବୃଦ୍ଧି ଘଟିବା ସହ ବାଲି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ। ରାଜସ୍ବ ମନ୍ତ୍ରୀ କହିଛନ୍ତି ଯେ, ବାଲି ମାଫିଆମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଆରମ୍ଭ ହୋଇସାରିଛି। ଏଣିକି ବାଲି ଚୋରା ଚାଲାଣ ରୋକିବାକୁ ନୂଆ ଆଇନ ଅଣା ଯିବା ସହ ବାଲି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆ ଯିବ। ଆଗରୁ ବାଲି ଖାଦାନ ରାଜସ୍ବ ବିଭାଗ ଅଧୀନରେ ଆସୁଥିଲା। ପୂର୍ବ ସରକାର ଏହାକୁ ମାଇନ୍ସ ବିଭାଗକୁ ଆଣିଲେ। ରାଜ୍ୟ ସରକାର ଏବେ ମାଇନ୍ସ ବିଭାଗରେ କର୍ମଚାରୀ ଅଭାବକୁ ଦୂର କରିବା ସହ ନୂଆ ଇନ୍ଫ୍ରାଷ୍ଟକଚର ତିଆରି ପାଇଁ ଲାଗିଛନ୍ତି।
ବାଲି ଚୋରି ରୋକିବାକୁ ଅଣାଯିବ ନୂଆ ଆଇନ : ମନ୍ତ୍ରୀ ସୁରେଶ ପୂଜାରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











