ଭୁବନେଶ୍ୱର : ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗଭୀର ଶୋକ ପ୍ରକାଶ । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା ସହିତ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି । ଉତ୍ତମ ମହାନ୍ତି ଥିଲେ ଜଣେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ । ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ । ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ । ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Views: 24