ମୁମ୍ବାଇ : ଶ୍ରଦ୍ଧା କପୁର ବଲିଉଡର ସବୁଠାରୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ । ଫ୍ୟାନ୍ସମାନେ ଅଭିନେତ୍ରୀଙ୍କୁ ତାଙ୍କ ଚୁଲବୁଲି ଅନ୍ଦାଜ ପାଇଁ ବହୁତ ପସନ୍ଦ କରନ୍ତି । ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ଶ୍ରଦ୍ଧା କପୁର ଆଜି ନିଜର ୩୮ତମ ଜନ୍ମଦିନ ପାଳନ କରୁଛନ୍ତି । ଶ୍ରଦ୍ଧାଙ୍କ ସୁନ୍ଦରତା ଯୋଗୁଁ ସେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ଶ୍ରଦ୍ଧା ଜଣେ ଭଲ ଅଭିନେତ୍ରୀ ହେବା ସହ ଜଣେ ଭଲ ଗାୟିକା ମଧ୍ୟ । ତାଙ୍କ ବାପା ଶକ୍ତି କପୁର ମଧ୍ୟ ଜଣେ ଚର୍ଚ୍ଚିତ କଳାକାର । ଖୁବ କମ ବୟସରେ ଶ୍ରଦ୍ଧା ନିଜ ଦମଦାର ଅଭିନୟ ଯୋଗୁଁ ଦର୍ଶକଙ୍କ ହୃଦୟରେ ରାଜ କରୁଛନ୍ତି । ୩ ମାର୍ଚ୍ଚ ୧୯୮୭ ରେ ଶ୍ରଦ୍ଧା ବମ୍ବେରେ ଜନ୍ମଗ୍ରହଣ କରିଥିଲେ । ଯାହା ପରେ ସେ ନିଜ ପାଠପଢା ମଧ୍ୟ ବମ୍ବେରୁ ହିଁ ଆରମ୍ଭ କରିଥିଲେ । ପରେ ହାଇୟର ଷ୍ଟଡି ପାଇଁ ଆମେରିକା ଯାଇଥିଲେ । ପରେ ସେଠାରୁ ଫେରି ନିଜ କ୍ୟାରିୟରକୁ ନେଇ ରଖିଥିବା ଲକ୍ଷ୍ୟକୁ ହାସଲ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଫିଲ୍ମ ‘ତୀନ ପତ୍ତୀ’ରୁ ଶ୍ରଦ୍ଧା ତାଙ୍କ ଅଭିନୟର ଯାତ୍ରା ଆରମ୍ଭ କରିଥିଲେ ।
୩୮ ବର୍ଷରେ ପାଦ ଦେଲେ ଅଭିନେତ୍ରୀ ଶ୍ରଦ୍ଧା କପୁର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











