ଭୁବନେଶ୍ୱର : ଆଜି ମାର୍ଚ୍ଚ ୫ ତାରିଖ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ । ଓଡିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ସେ ଥିଲେ ଓଡିଆଙ୍କ ଗର୍ବ ଏବଂ ଗୌରବ । ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି । ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଆଜି ସେହି ମହାନାୟକଙ୍କ ଜୟନ୍ତୀ ଅବସରରେ ରାଜ୍ୟସ୍ତରରୁ ଆରମ୍ଭ କରି, ନିର୍ବାଚନମଣ୍ଡଳୀ, ପୌରାଞ୍ଚଳ ଏବଂ ପଞ୍ଚାୟତ ସ୍ତରରେ ବିଜୁ ଜୟନ୍ତୀ ପାଳନ ଲାଗି ବିଜେଡି ପକ୍ଷରୁ ପ୍ରସ୍ତୁତି କରାଯାଇଛି । ବିଜୁ ବାବୁ ଥିଲେ କଳିଙ୍ଗ ମାଟିର ଦ ଟଲ୍ ମ୍ୟାନ। ନବ ଉତ୍କଳର ଅନ୍ୟତମ ପୁରୋଧା । କିଏ କହେ ’ମାଟିର ବରପୁତ୍ର’ କିଏ କହେ ’ଝଡ଼ର ଇଗଲ’ । ରୋକଠୋକ୍ କଥା । ସ୍ପଷ୍ଟ, ଶାଣିତ ଓ ସାହସିକ ସ୍ବର । ତାଙ୍କର ଅଭିନବ ଉଦ୍ୟମ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ଯୋଗୁଁ ସେ ସମସ୍ତଙ୍କ ମନର ମହାନାୟକ। ତାଙ୍କ ବ୍ୟକ୍ତିତ୍ୱ ଓଡିଶାବାସୀଙ୍କୁ ସବୁବେଳେ ଉଦବୁଦ୍ଧ କରିଆସିଛି, ପ୍ରେରଣା ଯୋଗାଇ ଆସିଛି। ବିଜୟାନନ୍ଦ ପଟ୍ଟନାୟକ, ସମସ୍ତଙ୍କ ପ୍ରିୟ ବିଜୁ ବାବୁ ।
ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











