ଭୁବନେଶ୍ୱର :ମେ ପ୍ରଥମ ସପ୍ତାହରେ ମାଟ୍ରକ ରେଜଲ୍ଟ । ମାର୍ଚ୍ଚ ୧୯ରୁ ଖାତାଦେଖା ଆରମ୍ଭ ହେବ । ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ମେ ପ୍ରଥମ ସପ୍ତାହ ସୁଦ୍ଧା ଫଳ ପ୍ରକାଶନ ନେଇ ବୋର୍ଡର ଲକ୍ଷ୍ୟ ରହିଛି । ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନରେ ଛାତ୍ରଛାତ୍ରୀମାନେ ତୃତୀୟ ଭାଷା ବିଷୟରେ ପରୀକ୍ଷା ଦେଇଛନ୍ତି । ଗତ ଫେବୃଆରୀ ୨୧ ରୁ ରାଜ୍ୟର ୩୧୩୩ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଆରମ୍ଭ ହୋଇଥିଲା । ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଦେଇଛନ୍ତି । ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ହୋଇଥିଲା । ୩୧୪ ନୋଡାଲ ସେଣ୍ଟର ଓ ୩୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ ଦେଖିବା ପାଇଁ ବୋର୍ଡ ମୁଖ୍ୟ କାର୍ୟ୍ୟାଳୟରେ ଥିବା ସେଣ୍ଟ୍ରାଲ କମାଣ୍ଡ କଣ୍ଟ୍ରୋଲ ରୁମରେ ବୋର୍ଡ କର୍ତ୍ତୃପକ୍ଷ ପରୀକ୍ଷାର ଅନୁଧ୍ୟାନ କରିଥିଲେ ।
Views: 23