ନୂଆଦିଲ୍ଲୀ : ଚଳିତବର୍ଷ ଅମରନାଥ ଯାତ୍ରା ପାଇଁ ସରକାର ତାରିଖ ଘୋଷଣା କରିଛନ୍ତି । ମାତା ବୈଷ୍ଣୌଦେବୀ ଶ୍ରୀଇନ ବୋର୍ଡ କମିଟି ବୈଠକର ନିଷ୍ପତ୍ତି ମୁତାବକ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୯ ତାରିଖ ପର୍ୟ୍ୟନ୍ତ ଚାଲିବ । ଚଳିତ ବର୍ଷ ଟ୍ରଷ୍ଟ ଓ ସରକାରଙ୍କ ଦ୍ବାରା ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୁରକ୍ଷା, ରହିବା ଓ ଖାଦ୍ୟ ପାଇଁ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ ବୋଲି କୁହାଯାଇଛି ।ଅମରନାଥ ଯାତ୍ରା ପାଇଁ ଶ୍ରଦ୍ଧାଳୁ ଅଫିସିଆଲ ୱେବସାଇଟ ଜରିଆରେ ରେଜିଷ୍ଟ୍ରେସନ କରିପାରିବେ । ଏଥିପାଇଁ ଖୁବଶୀଘ୍ର ରେଜିଷ୍ଟ୍ରେସନ ଆରମ୍ଭ ହେବ । ଶ୍ରୀଇନ ବୋର୍ଡ ତରଫରୁ ଦେଶର ବିଭିନ୍ନ ରାଜ୍ୟର ଡାକ୍ତରଙ୍କ ତାଲିକା ମଧ୍ୟ ଜାରି କରାଯାଇଥାଏ, ଏମାନଙ୍କ ଜରିଆରେ ସ୍ବାସ୍ଥ୍ୟ ଯାଞ୍ଚ ହୋଇଥାଏ । ଅମରନାଥ ଯାତ୍ରା ପାଇଁ ରେଜିଷ୍ଟ୍ରେସନ କରିବାକୁ ମେଡିକାଲ ସାର୍ଟିଫିକେଟ, ଫଟୋ ଦରକାର । ସେହିପରି ୧୩ ବର୍ଷରୁ କମ୍ ଏବଂ ୭୦ ବର୍ଷରୁ ଅଧିକ ବୟସ୍କ ଶ୍ରଦ୍ଧାଳୁଙ୍କୁ ଅନମୁତି ମିଳିବ ନାହିଁ । ସେହିପରି ୬ ସପ୍ତାହରୁ ଅଧିକ ଥିବା ଗର୍ଭବତୀଙ୍କୁ ଅନୁମତି ମିଳିବନି ।
ଜୁଲାଇ ୩ରୁ ଅମରନାଥ ଯାତ୍ରା ଆରମ୍ଭ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











