ଭୁବନେଶ୍ୱର : ମହିଳାଙ୍କୁ ସଶକ୍ତ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡାଙ୍କ ସୂଚନା । ସଶକ୍ତ ଓଡିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ।
ଆଜି ହିତାଧିକାରୀଙ୍କ ଖାତାକୁ ଆସିଲା ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ୟ୍ୟାୟ ଟଙ୍କା । ଆଜି ପଞ୍ଚମ ପର୍ୟ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି । ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିଛି । ସୁଭଦ୍ରା ସଫଳତାକୁ ନେଇ ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଟଙ୍କା ଏବଂ ସହାୟିକା ମାନଙ୍କୁ ୫ଶହ ଟଙ୍କା ଦିଆଯିବ ବୋଲି ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
Views: 36