The Ultimate Managed Hosting Platform
ADVERTISEMENT

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଜଣାଇଲେ ଶୁଭେଚ୍ଛା

Facebook
Twitter
LinkedIn

ନୂଆଦିଲ୍ଲୀ : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଜଣାଇଲେ ଶୁଭେଚ୍ଛା । ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶର ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାରା ବିଶ୍ୱରେ ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଉଛି । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମହିଳାମାନଙ୍କୁ ସେମାନଙ୍କ ଶକ୍ତି ପାଇଁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି, ମହିଳା ଦିବସରେ ଆମେ ନାରୀ ଶକ୍ତିକୁ ପ୍ରଣାମ କରୁଛୁ ! ଆମ ସରକାର ସବୁବେଳେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ କାର୍ୟ୍ୟ କରିଆସିଛି, ଯାହା ଆମର ଯୋଜନା ଏବଂ କାର୍ୟ୍ୟକ୍ରମରେ ପ୍ରତିଫଳିତ ହୁଏ ।ଅନ୍ତର୍ଜାତୀୟ ମହିଳା ଦିବସରେ, ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟର ନବସାରୀ ଜିଲ୍ଲାରେ ମହିଳା ଦିବସ କାର୍ୟ୍ୟକ୍ରମରେ ଏକ ମେଗା ଇଭେଣ୍ଟକୁ ସମ୍ବୋଧିତ କରିବେ । ଏହି ଅବସରରେ ମହିଳା ଶକ୍ତିର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିବ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ତାଙ୍କ ସୁରକ୍ଷା ମହିଳାମାନଙ୍କ ହାତରେ ରହିବ । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ୨,୧୪୫ ମହିଳା କନଷ୍ଟେବଳ, ୬୧ ଇନ୍ସପେକ୍ଟର, ୧୯୭ ପିଏସଆଇ, ୧୯ ଡିୱାଇଏସପି, ୫ ଏସପି ଏବଂ ଜଣେ ଡିଆଇଜି ରାଙ୍କର ମହିଳା ଅଧିକାରୀ ରହିବେ ।ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ମହିଳାମାନଙ୍କୁ ସେମାନଙ୍କ ଶକ୍ତି ପାଇଁ ଅଭିନନ୍ଦନ ଜଣାଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login