ଭୁବନେଶ୍ୱର : ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ସ୍ୟୁ । ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସୀ ଦୁର୍ନୀତି ମାମଲାରେ ଗିରଫ । ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି । ରାଜା ଚକ୍ରଙ୍କ ୪୨ଟି ବଡ ଗାଡି ଜବତ କରାଯାଇଛି । କେନ୍ଦୁଝରରେ ଥିବା ୨ ପ୍ଲାଣ୍ଟ ସିଜ କରାଯାଇଛି । ଆକାଉଣ୍ଟରେ ଥିବା ୨୫ ଲକ୍ଷ ଟଙ୍କା ଫ୍ରିଜ କରାଯାଇଛି । ତାଙ୍କ ବିରୋଧରେ ୧୬୦ କୋଟି ଟଙ୍କା ଦୁର୍ନୀତି କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ପଲଟିକାଲ୍ ଲିଙ୍କ୍ ନେଇ ମଧ୍ୟ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ। ଆଜି ରାଜାଙ୍କୁ କୋର୍ଟଚାଲାଣ କରାଯିବ। ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅନିୟମିତତା ଘଟଣାରେ ଏସ୍ଟିଏଫ୍ ଓ ଇଓଡବ୍ଲ୍ୟୁ କିଛି ଦିନ ଧରି ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଏହି ଘଟଣାରେ ଗତ ଦୁଇଦିନ ଧରି ରାଜା ଚକ୍ରଙ୍କ ସହଯୋଗୀ ପ୍ରଭାତ ପଟ୍ଟନାୟକ ଓ ସୁଶାନ୍ତ ସାମଲଙ୍କୁ ଜେରା କରାଯାଇଥିଲା। ରାଜାଙ୍କ ଘର ଏବଂ କିଛି ବ୍ୟାବସାୟିକ ପ୍ରତିଷ୍ଠାନରେ ଚଢ଼ଉ ହୋଇଛି। କେନ୍ଦୁଝରସ୍ଥିତ ରାଜାଙ୍କ ଘରେ ଇଓଡବ୍ଲ୍ୟୁର ଜଣେ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ଗଠିତ ଟିମ୍ ଚଢ଼ଉ କରିବା ସହ ପରିବାର ସଦସ୍ୟଙ୍କୁ ପଚରାଉଚରା କରିଥିଲେ। ସେହିପରି କେନ୍ଦୁଝର ସହରରେ ଥିବା ଶଙ୍କର ମିନେରାଲ୍ ଅଫିସରେ ଚଢ଼ଉ କରାଯାଇ କାଗଜପତ୍ର ଯାଞ୍ଚ କରାଯାଇଥିଲା।
ବିଜେଡି ନେତା ରାଜା ଚକ୍ର ଗିରଫ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











