ପୁରୀ : ନୀଳଚକ୍ର ବାନାରେ ପଡିଲା ଶୂନ୍ୟଗଣ୍ଠି । ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି । ଏହି ପରିପ୍ରେକ୍ଷୀରେ ସୋମବାର ଶ୍ରୀମନ୍ଦିରର ନୀଳଚକ୍ରରେ ଉଡୁଥିବା ପତିତପାବନବାନାରେ ପଡ଼ିଛି ଶୂନ୍ୟ ଗଣ୍ଠି। ଶୂନ୍ୟ ଗଣ୍ଠି ପଡ଼ିଥିବା ବାନାକୁ ଅତ୍ୟନ୍ତ ଶୁଭ ଏବଂ ମଙ୍ଗଳ କାରକ ବୋଲି ଶ୍ରଦ୍ଧାଳୁ କହିଛନ୍ତି ।ମହାପ୍ରଭୁଙ୍କର ଅପାର ଲୀଳା । ଶ୍ରୀମନ୍ଦିର ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି । ଯେତେବେଳେ ଶୂନ୍ୟ ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଯାଇଥାଏ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଇଥାଏ । ବିଶ୍ଵାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ । ବିପଦ ଆପଦ ଦୂର ହୋଇଥାଏ ବୋଲି ଚୂନରା ସେବକ କୁହନ୍ତି । ଗତକାଲି ପ୍ରବଳ ପବନ ବହିଥିଲା ଫଳରେ ପତିତପାବନ ବାନାରେ ଗଣ୍ଠି ପଡିଯାଇଥିଲା ।
Views: 21