The Ultimate Managed Hosting Platform
ADVERTISEMENT

ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ସୁଶାନ୍ତ ସାମଲ ଗିରଫ । ବେଆଇନ ସମ୍ପତ୍ତି ଲୁଚାଇ ରଖିଥିବା ଅଭିଯୋଗରେ ଗିରଫ । ଅର୍ଥ ହେରଫେରରେ ସମ୍ପୃକ୍ତି ନେଇ ବାନ୍ଧିଲା ଇଓଡବ୍ଲ୍ୟୁ । ରାଜା ଚକ୍ରଙ୍କ ୩ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ । ସୁଶାନ୍ତଙ୍କୁ ଆଜି କୋର୍ଟ ଚାଲାଣ ପରେ ରିମାଣ୍ଡ ଆବେଦନ କରିପାରେ ଇଓଡବ୍ଲୁ । ସେପଟେ ତିନି ଦିନିଆ ରିମାଣ୍ଡରେ ଆସିଛି ରାଜ୍ୟ ଚକ୍ର । ଘନ ଘନ ଜେରା ଚଳାଇଛି ଇଓଡବ୍ଲ୍ୟୁ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନସୀ ଓ ଟ୍ରାନସପୋର୍ଟିଂ କୋଅପରେଟିଭ ସୋସାଇଟିରେ ଆର୍ଥିକ ଅନିୟମିତତା ଅଭିଯୋଗ ନେଇ ଫେବୃଆରୀ ୭ ତାରିଖରେ ମାମଲା ରୁଜୁ ହୋଇଥିଲା । ରାଜା ଚକ୍ରଙ୍କ ବିରୋଧରେ ସିଧାସଳଖ ୯ କୋଟି ୧୦ଲକ୍ଷ ଟଙ୍କାର ହେରଫେର ପ୍ରମାଣ ମିଳିଥିବା କ୍ରାଇମବ୍ରାଞ୍ଚ କହିଛି । ପୂର୍ବରୁ ରାଜା ଚକ୍ରଙ୍କର ୪୨ଟି ଗାଡ଼ିକୁ ସିଜ କରାଯାଇଛି। ବ୍ୟାଙ୍କରେ ଥିବା ତାଙ୍କର ୨୫ ଲକ୍ଷ ଟଙ୍କା ଫ୍ରିଜ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login