The Ultimate Managed Hosting Platform
ADVERTISEMENT

କାର ଉପରେ ଓଲଟିଲା ଟ୍ରକ, ଗୋଟିଏ ପରିବାରର ୬ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ରାଜସ୍ଥାନରେ ଭୟଙ୍କର ସଡ଼କ ଦୁର୍ଘଟଣା । ବିଳମ୍ବିତ ରାତିରେ ରାଜସ୍ଥାନର ବିକାନେର ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । କାରକୁ ଟ୍ରକ ଓଭରଟେକ କରିବା ସମୟରେ ଦୁର୍ଘଟଣା ଘଟିଥିବା ଯୋଗୁଁ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏକ ବିବାହ ଉତ୍ସବରେ ଯୋଗଦେଇ କାରରେ ଲୋକମାନେ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି । ଏନେଇ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଦୁର୍ଘଟଣା ପରେ କାରରେ ଥିବା ଲୋକମାନେ ପ୍ରାୟ ୩୦ ମିନିଟ୍ ପର୍ୟ୍ୟନ୍ତ ଚାପି ହୋଇ ରହିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଜେସିବି ମେସିନକୁ ଡାକି ଉଦ୍ଧାର କାର୍ୟ୍ୟ ଆରମ୍ଭ କରାଯାଇଥିଲା । ଦୁର୍ଘଟଣା ଓଭର ଟେକିଂ ଯୋଗୁଁ ହୋଇଥିବା ଜଣାପଡିଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ପଳାଇ ଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login