ଭୁବନେଶ୍ୱର : ଆସିଲା ଗୃହ ବିଭାଗର ଶ୍ୱେତପତ୍ର । ଚିନ୍ତା ବଢାଇଛି ଶ୍ୱେତପତ୍ର । ରାଜ୍ୟରେ ଦୁଷ୍କର୍ମ ମାମଲା ଉପରମୁହାଁ । ୨୦୨୪ରେ ମୋଟ୍ ଆପରାଧିକ ମାମଲା ୨ ଲକ୍ଷ ଟପିଛି । ୨୦୨୩ରେ ଏହି ସଂଖ୍ୟା ୧ ଲକ୍ଷ ୯୯ ହଜାର ଥିଲା ବେଳେ ୨୦୨୪ରେ ରୁଜୁ ହୋଇଥିବା ଧର୍ତ୍ତବ୍ୟ ଅପରାଧ ମାମଲା ସଂଖ୍ୟା ୨ ଲକ୍ଷ ୧୪ ହଜାର ୧୧୩ ହୋଇଛି । ଏହା ମଧ୍ୟରୁ ୧,୩୯,୦୦୧ ମାମଲାରେ ଚାର୍ଜସିଟ୍ ଦାଖଲ କରାଯାଇଛି । ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଶ୍ବେତପତ୍ରରେ ତଥ୍ୟ ଦିଆଯାଇଛି ଯେ ସାଇବର୍ ଅପରାଧ ସଂଖ୍ୟା ପ୍ରତିବର୍ଷ ବଢ଼ୁଥିବାର ତଥ୍ୟ ଚିନ୍ତା ବଢ଼ାଇଦେଇଛି । ୨୦୨୩ରେ ସାଇବର୍ ଅପରାଧ ମାମଲା ୨୩୪୮ ଥିଲା ବେଳେ ୨୦୨୪ରେ ତାହା ୨୫୦୧ରେ ପହଞ୍ଚିଛି । ସେଥିରୁ ମାତ୍ର ୨୭୨ଟି ଅର୍ଥାତ୍ ୧୧% ମାମଲାରେ ଚାର୍ଜସିଟ୍ ହୋଇଛି। ୭୫୦ ଜଣ ଅଭିଯୁକ୍ତ ଏହି ଅପରାଧରେ ସଂପୃକ୍ତ ଥିଲା ବେଳେ ୫୮୧ ଜଣ ଅପରାଧୀଙ୍କୁ ରାଜ୍ୟ ଭିତରୁ ଓ ବାହାରୁ ଗିରଫ କରାଯାଇଛି । ରାଜ୍ୟରେ ମାଓବାଦୀଙ୍କ କାର୍ୟ୍ୟକଳାପ ଉଲ୍ଲେଖନୀୟ ଭାବେ ହ୍ରାସ ପାଇଛି ବୋଲି ଶ୍ବେତପତ୍ରରେ ଦର୍ଶାଯାଇଛି । ସାମାଜିକ ଗଣମାଧ୍ୟମରେ ଶିଶୁଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ୨୦୨୩ ତୁଳନାରେ ୨୦୨୪ରେ ପ୍ରାୟ ଦୁଇ ଗୁଣା ଭିଡିଓ ଭାଇରାଲ୍ ହୋଇଥିବା ନେଇ ମାମଲା ଆସିଛି । କିନ୍ତୁ ସମସ୍ତଙ୍କୁ ଏପର୍ୟ୍ୟନ୍ତ ନ୍ୟାୟ ମିଳିପାରିନି । ୨୦୨୪ ମସିହାରେ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମରେ ଶିଶୁ ଅଶ୍ଳୀଳତା, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ସମ୍ବନ୍ଧୀୟ ସାମଗ୍ରୀ ଅପଲୋଡ୍ ସଂଖ୍ୟା ବଢ଼ିଛି ।
ଗୃହ ବିଭାଗର ଶ୍ୱେତପତ୍ର: ରାଜ୍ୟରେ ଉପରମୁହାଁ ଦୁଷ୍କର୍ମ ମାମଲା

Facebook
Twitter
LinkedIn
Facebook
Twitter
LinkedIn
Recent News
ଭାରତ ଆସିବେ ରୁଷ ରାଷ୍ଟ୍ରପତି
ନୂଆଦିଲ୍ଲୀ : ଭାରତ ଆସିବେ ରୁଷ୍ ରାଷ୍ଟ୍ରପତି । ଆମେରିକା ସହ ଭାରତର ସମ୍ପର୍କ ଦିନକୁ ଦିନ ଖରାପ ହେଉଥିବା ବେଳେ ଏବେ ରୁଷ୍ ଓ ଭାରତ...
୩ ଦୁଷ୍କର୍ମୀଙ୍କୁ ଆଜୀବନ
ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ...
ସାରା ଦେଶରେ ଭୋଟ ଚୋରି : ରାହୁଲ
ନୂଆଦିଲ୍ଲୀ : ପୁଣି ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ ଗାନ୍ଧୀ । ସାରା ଦେଶରେ ଭୋଟ ଚୋରି ହେଉଥିବା କହି ବର୍ଷିଲେ । ଭୋଟର ଲିଷ୍ଟରେ...
ବାପ-ଝିଅ ଉପରେ ମାଡିଗଲା ହାଇୱା
ପାରାଦୀପ : ବାଇକ ଉପରେ ମାଡିଗଲା ହାଇୱା । ବାପ ,ଝିଅଙ୍କର ଚାଲିଗଲା ଜୀବନ । କଟକ-ପାରାଦୀପ ରାସ୍ତା କୋଠିଆସାହି ଛକରେ ଦୁର୍ଘଟଣା । ଦୁର୍ଘଟଣା ପରେ...