ଗୁଣପୁର : ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଫରେଷ୍ଟର ନରସିଂହ ଶତପଥୀଙ୍କୁ ଗିରଫ କଲା ପଦ୍ମପୁର ପୋଲିସ । ଗୁଡାରି ରେଞ୍ଜ କେନ୍ଦୁଗୁଡା ସେକ୍ସନର କାର୍ଯ୍ୟରତ ଫରେଷ୍ଟର । ସୂଚନା ଅନୁସାରେ ଶୁକ୍ରବାର ନରସିଂହଙ୍କ ପଡ଼ିଶା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ଦୁଷ୍କର୍ମ ପାଇଁ ଉଦ୍ୟମ କରିଥିଲେ । ତେବେ ଏହି ସମୟରେ ନାବାଳିକାଙ୍କ ସହିତ ଥିବା ଅନ୍ୟ ଜଣେ ଝିଅ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାରଲୋକ ଖବର ପାଇ ଫରେଷ୍ଟର ନରସିଂହଙ୍କ ଘରକୁ ଯାଇ ନାବାଳିକାଙ୍କୁ ଉଦ୍ଧାର କରିଥିଲେ । ଏହାପରେ ଗ୍ରାମବାସୀମାନେ ଫରେଷ୍ଟରକୁ କାବୁ କରି ମାଡ଼ ମାରିଥିଲେ। କେନ୍ଦୁଗୁଡା ଫାଣ୍ଡି ପୋଲିସ ଖବର ପାଇ ପଦ୍ମପୁର ଥାନା ଆଇଆଇସି ଧରଣୀଧର ପ୍ରଧାନଙ୍କୁ ସୂଚନା ଦେବା ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ । ସେଠାରୁ ନରସିଂହକୁ ଗିରଫ କରି ପଦ୍ମପୁର ଆଣି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆଇଆଇସି ପ୍ରଧାନ ସୂଚନା ଦେଇଛନ୍ତି ।
Views: 24