The Ultimate Managed Hosting Platform
ADVERTISEMENT

ଆଜି ଓଡିଶା ପୋଲିସର ୯୦ ତମ ପ୍ରତିଷ୍ଠା ଦିବସ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ । ରିଜର୍ଭ ପୋଲିସ ପ୍ୟାରେଡ ପଡିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ୟ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ଗଠନ ହୋଇଥିଲା ପୋଲିସ ବିଭାଗ । ସେହିପରି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜ୍ୟସ୍ତରୀୟ ପରେଡ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୋଲିସ ଡିଜି ୱାଇବି ଖୁରାନିଆ । ସୁନ୍ଦରଗଡରେ ବି ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍ରେ ଅଭିଭାଦନ ଗ୍ରହଣ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login