କଟକ : କଟକରେ ସୁଟକେସ ସୋ ରୁମ ସହ କପଡା ଗୋଦାମରେ ନିଆଁ । ଦୋଳମୁଣ୍ଡାଇରେ ଥିବା ସୋ ରୁମ ସହ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ପ୍ରଥମ ଓ ଦ୍ୱିତୀୟ ମହଲରେ ଲାଗିଛି ନିଆଁ । ଘଟଣାସ୍ଥଳରେ ୫ଟି ଅଗ୍ନିଶମବାହିନୀ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଏସି ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ କିଛି କର୍ମଚାରୀ ସୋ’ ରୁମ୍ ଖୋଲିଥିଲେ । ଏହି ସମୟରେ ହଠାତ୍ ସୋ’ ରୁମ୍ ମଧ୍ୟରେ କିଛି ଶବ୍ଦ ହୋଇଥିଲା । ଆଉ ଏସି ପାଖରୁ ଧୂଆଁ ବାହାରିଥିଲା । ଦେଖୁ ଦେଖୁ ସୋ’ ରୁମ୍ ମଧ୍ୟରୁ ଧୁଆଁ ବ୍ୟାପିଥିଲା । ଯାହାପରେ କର୍ମଚାରୀମାନେ ତୁରନ୍ତ ବାହାରକୁ ଚାଲିଆସିଥିଲେ ଆଉ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀର ଦୁଇଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି । ହେଲେ ବର୍ତ୍ତମାନ ନିଆଁକୁ ଆୟତ୍ତ କରିପାରିନାହାନ୍ତି । ସ୍ଥାନୀୟ ଲୋକ ମଧ୍ୟ ନିଆଁ ଲିଭା କାର୍ୟ୍ୟରେ ସହଯୋଗ କରୁଛନ୍ତି ।
କଟକରେ ସୁଟକେସ ସୋ ରୁମ ସହ କପଡା ଗୋଦାମରେ ନିଆଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











